ବିଜେଇଏମ ସ୍କୁଲ-୨ର କୃତୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ସତ୍ୟଭାମାପୁରସ୍ଥିତ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟ-୨ର ଦଶମ ଓ ଦ୍ୱାଦଶ ଶ୍ରେଣୀର ୯୦ ପ୍ରତିଶତରୁ ଅଧିକ ରଖିଥିବା କୃତୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସମ୍ବର୍ଦ୍ଧନା ଉତ୍ସବ ଭଞ୍ଜକଳା ମଣ୍ଡପ ରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଉତ୍ସବରେ ବିଦ୍ୟାଳୟର ସଭାପତି ରଘୁନାଥ ମିଶ୍ର, ଉପସଭାପତି ଅଶ୍ୱିନୀ କୁମାର ତିୱାରୀ, ପରିଚାଳକ ପ୍ରତାପ କୁମାର ଜେନା, ଅଧ୍ୟକ୍ଷା କ୍ଷଣିକା ଦାସ ଓ ଉପାଧ୍ୟକ୍ଷ ଡ. ମନୋରଞ୍ଜନ ବେଜ୍‌, ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ବୃନ୍ଦ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କର ଏହି ସଫଳତା ପାଇଁ ଭୂୟସୀ ପ୍ରଶଂସା କରିଥିଲେ। ୯୦ ପ୍ରତିଶତରୁ ଊର୍ଦ୍ଧ୍ବ ନମ୍ବର ରଖିଥିବା ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ୪୧ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ସ୍ମାରକ ଉପହାର ପ୍ରଦାନ କରାଯାଇଥିଲା।

ସମ୍ବନ୍ଧିତ ଖବର