ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର କର୍ପୋରେଟରମାନେ ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।
ଭୁବନେଶ୍ୱରର ବିକାଶ ପାଇଁ ରାଜ୍ୟ ନଗର ଉନ୍ନୟନ ବିଭାଗ ପାଣ୍ଠି ଯୋଗାଣରେ ଅବହେଳା କରୁଥିବା ବିଷୟରେ ସେମାନେ ଶ୍ରୀ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିପାଇଁ ବିକାଶ କାମରେ ବାଧା ସୃଷ୍ଟି ହେଉଛି ବୋଲି ସେମାନେ ଅସନ୍ତୋଷ ପ୍ରକାଶ କରିଥିଲେ।
ସମସ୍ତ ଅସୁବିଧା ସତ୍ୱେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଲୋକଙ୍କ ବିକାଶ ଓ କଲ୍ୟାଣ କାମରେ କେବେ ସାଲିସ କରାଯାଇପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ସତର୍କ କରିବା ସହ ଏ ବିଷୟରେ ଦଳ କଡା ଆଭିମୁଖ୍ୟ ଗ୍ରହଣ କରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ଏହି ଆଲୋଚନା ସମୟରେ ବିଧାୟକ ସର୍ବଶ୍ରୀ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ବିଜେଡି ଜିଲ୍ଲା ସଭାପତି ଶ୍ରୀ ଅଶୋକ ପଣ୍ଡା ଓ ବିଜେଡି ନେତା ଶ୍ରୀ ମନ୍ମଥ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।
BJD
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/10/13/naveen-pattnaik-2025-10-13-22-30-33.jpg)