ରାଜଧାନୀରୁ ୧୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୧୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୧୯୭ଜଣଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୪୭ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୫୦ଜଣ କରୋନା ଆକ୍ରାନ୍ତ ରହିଛନ୍ତି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୨୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ଭୁବ‌ନେଶ୍ବରରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୮୭୭ରେ ପହଞ୍ଚିଛି। ସେହିପରି ଆଜିର ସୁସ୍ଥଙ୍କୁ ମିଶାଇଲେ ରାଜଧାନୀରେ ସୁସ୍ଥ ସଂଖ୍ୟା ୧୦୧୪୭୦ରେ ପହଞ୍ଚିଛି। ଏବେ ସୁଦ୍ଧା କରୋନା ସକ୍ରିୟ ସଂଖ୍ୟା ୩୩୯୯ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୯୮୭ରେ ପହଞ୍ଚିଛି।

ସମ୍ବନ୍ଧିତ ଖବର