ସହିଦ ଲକ୍ଷ୍ମଣ ନାଏକଙ୍କ ବଳିଦାନ ଦିବସ

ଭୁବନେଶ୍ୱର: ସ୍ୱାଧୀନତା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ସହିଦ ଲକ୍ଷ୍ମଣ ନାଏକଙ୍କ ବଳିଦାନ ଦିବସ ଅବସରରେ ଉତ୍କଳ ସମ୍ମିଳନୀ ପକ୍ଷରୁ ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଅଧିବକ୍ତା ଦିଲ୍ଲୀପ ଦାଶଶର୍ମା ସଭାପତିତ୍ୱ କରି ବରପୁତ୍ରମାନଙ୍କର ତ୍ୟାଗ ଓ ବଳିଦାନ ବିଷୟରେ ପିଲାମାନେ ଶିକ୍ଷା ଗ୍ରହଣ କରି ଭଲ ମଣିଷ ହେବାପାଇଁ ଚେଷ୍ଟା କରିବା ଆବଶ୍ୟକ ବୋଲି କହିଥିଲେ।

ସମ୍ମିଳନୀର ଉପ-ସଭାପତି ସୁରେନ୍ଦ୍ର ମୋହନ ମିଶ୍ର ଓ ଶାଖା ଉପ-ସଭାପତି ଶୀତଳ ଚନ୍ଦ୍ର ମହାନ୍ତି ବିପ୍ଳବୀଙ୍କ ବଳିଦାନ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଯୁଗ୍ମ-ସମ୍ପାଦକ ସିଦ୍ଧାର୍ଥ ଶଙ୍କର ଗଡ଼ନାୟକ, ଅକ୍ଷୟ କୁମାର ଜେଠୀ, ବାସନ୍ତୀ ତ୍ରିପାଠୀ, ମହେଶ୍ୱର ବିଶ୍ୱାଳ, ଅଶ୍ୱିନୀ ପଟ୍ଟନାୟକ, ଭବାନୀ ପ୍ରସାଦ ପ୍ରଧାନ, ରତ୍ନାକର ଜେନା ଓ ଅଭିମନ୍ୟୁ ସାହୁ ପ୍ରମୁଖ ଯୋଗଦେଇ ବରପୁତ୍ରଙ୍କୁ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସମ୍ବନ୍ଧିତ ଖବର