କଟକ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ମାମଲାରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇ ଜେଲ ଯାଇଥିବା ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗର ପୂର୍ବତନ ଉପନିର୍ଦ୍ଦେଶକ ରମେଶ କୁମାର ବେହେରା ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଜାମିନ ଖାରଜ ହେବାପରେ ସେ ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରିଛି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ମାମଲରେ ଭିଜିଲାନ୍ସ ବିଭାଗ ଶ୍ରୀ ବେହେରାଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ଶ୍ରୀ ବେହେରାଙ୍କ ବିପୁଳ ଆୟ ବହିର୍ଭୂତ ସଂପତ୍ତି ଠାବ କରିଥିଲା। ଏହାପରେ ତାଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟଚାଲାଣ କରିଥିଲା।
ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲା : ଜାମିନ ପାଇଁ ହାଇକୋର୍ଟରେ ଫ୍ୟାକ୍ଟ୍ରି ଓ ବଏଲର୍ସ ଉପନିର୍ଦ୍ଦେଶକ
/sambad/media/post_attachments/wp-content/uploads/2020/09/ramesh-f.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)