ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୨୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୬୨ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୪ଜଣ ରହିଛନ୍ତି।
Update on newly detected #COVID19 cases in the last
24 hrs under the BMC area on 4th August (till 9am). pic.twitter.com/PSRE9rjtdS— BMC (@bmcbbsr) August 4, 2021
ଚିହ୍ନଟ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରୁ ଏଯାବତ ୧୦୦୮୭୩ଟି କରୋନା ମାମଲା ସାମ୍ନାକୁ ଆସିଛି। ସେହିପରି ୯୭୩୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୮୪୮ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।