ଏମ୍ସ ପକ୍ଷରୁ ମଧୁମେହ ଚିକିତ୍ସା ସଚେତନତା ୱାକାଥନ୍‌

Advertisment
ଏମ୍ସ ପକ୍ଷରୁ ମଧୁମେହ ଚିକିତ୍ସା ସଚେତନତା ୱାକାଥନ୍‌

ଭୁବନେଶ୍ୱର: ମଧୁମେହ ନିୟନ୍ତ୍ରଣ ତଥା ମଧୁମେହ ସମ୍ବନ୍ଧୀୟ ଜଟିଳତାକୁ ରୋକିବା ପାଇଁ ଉପଯୁକ୍ତ ଚିକିତ୍ସା, ପୁଷ୍ଟିକର ଖାଦ୍ୟ, ନିୟମିତ ବ୍ୟାୟାମ, ଇନସୁଲିନର ସଠିକ୍ ପ୍ରୟୋଗ ଏବଂ କ୍ରମାଗତ ଗ୍ଲୁକୋଜ ମନିଟରିଂ (ସିଜିଏମ୍)ର ବ୍ୟବହାର ହେଉଛି ପ୍ରମୁଖ ମାଧ୍ୟମ। ଆଜି ଏମ୍‌ସ ଭୁବନେଶ୍ୱର ପକ୍ଷରୁ ‘ଆସନ୍ତାକାଲିର ସୁରକ୍ଷା ପାଇଁ ଶିକ୍ଷା’ ଶୀର୍ଷକ ବିଷୟକୁ ନେଇ ଆୟୋଜିତ ୱାକାଥନ୍‌ରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର୍‌ ଡା. ଆଶୁତୋଷ ବିଶ୍ୱାସ ଏପରି ମତ ରଖିଛନ୍ତି। ଏହି ପଦଯାତ୍ରାରେ ଡାକ୍ତର, ମେଡିକାଲ୍ ଏବଂ ନର୍ସିଂ ଛାତ୍ର ତଥା ଅନୁଷ୍ଠାନର ଏନ୍‌ଏସ୍‌ଏସ୍ ବହୁ ସ୍ବେଚ୍ଛା‌ସେବୀ ଅଂଶଗ୍ରହଣ କରିଥିଲେ।
ଏହି ୱାକାଥନ୍‌ ବିଜୁ ପଟ୍ଟନାୟକ ପୁଲିସ୍ ଟ୍ରେନିଂ ଏକାଡେମି ନିକଟରୁ ଆରମ୍ଭ ହୋଇ ଏମ୍ସ ପରିସରରେ ଶେଷ ହୋଇଥିଲା। ସମସ୍ତ ଅଂଶଗ୍ରହଣକାରୀଙ୍କୁ ଉତ୍ସାହିତ କରିବା ସହିତ ଡ. ବିଶ୍ୱାସ ମଧ୍ୟ ୱାକାଥନରେ ଯୋଗ ଦେଇଥିଲେ।

ଏହି ଅବସରରେ ଏମ୍ସ ଭୁବନେଶ୍ୱରର ଏଣ୍ଡୋକ୍ରାଇନୋଲୋଜି ବିଭାଗର ମୁଖ୍ୟ ଡା. କିଶୋର କୁମାର ବେହେରା ଲୋକଙ୍କୁ ମଧୁମେହ ଚିକିତ୍ସା ସୁବିଧା ବିଷୟରେ ଅବଗତ କରାଇଥିଲେ। ଏହି ବିଭାଗ ପ୍ରତି ସପ୍ତାହରେ ପ୍ରାୟ ୨୦୦-୨୫୦ ମଧୁମେହ ରୋଗୀଙ୍କୁ ସେବା ଯୋଗାଇବାରେ ନିୟୋଜିତ ଅଛି ବୋଲି ଡାକ୍ତର ବେହେରା ସୂଚନା ଦେଇଥିଲେ। ପଦଯାତ୍ରାରେ ମେଡିକାଲ୍ ଅଧୀକ୍ଷକ ଡା. ଏସ୍.ଏନ୍‌ ମହାନ୍ତି, ଡା. ମନୋଜ ମହାନ୍ତି, ଡା. ବିନୋଦ ପାତ୍ର, ଡା. ଦେବାଶିଷ ହୋତା, ଡା. ଏମ୍‌.ସି ସାହୁ, ଡା. ପ୍ରଭାସ ରଂଜନ ତ୍ରିପାଠୀ ଏବଂ ଅନ୍ୟାନ୍ୟ ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ର ସ୍ବେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe