ମତଦାତା ଦିବସରେ ନୂଆ ଭୋଟରଙ୍କୁ ଫଟୋ ପରିଚୟପତ୍ର ବଣ୍ଟନ

ଭୁବନେଶ୍ବର: ଆଜି ରାଜ୍ୟସ୍ତରୀୟ ଜାତୀୟ ମତଦାତା ଦିବସ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟରେ ପାଳିତ ହୋଇଛି। ଏହି ଅବସରରେ ସିଇଓ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂଆ ଭୋଟରମାନଙ୍କୁ ଶପଥ ପାଠ କରାଇବା ସହ ଫଟୋ ପରିଚୟ ପତ୍ର ବଣ୍ଟନ କରିଛନ୍ତି। ଏହାସହ ନିର୍ବାଚନରେ ଅଂଶଗ୍ରହଣ ନିମନ୍ତେ ସେମାନଙ୍କ ଦାୟିତ୍ବ ଓ କର୍ତ୍ତବ୍ୟ ସମ୍ପର୍କରେ ଅବଗତ କରାଇଛନ୍ତି।

ଶ୍ରୀ ଲୋହାନୀ କହିଛନ୍ତି, ନୂତନ ଓ ଯୁବ ଭୋଟର୍‌ମାନଙ୍କୁ ରାଜନୈତିକ ପ୍ରକ୍ରିୟାରେ ସାମିଲ ନିମନ୍ତେ ଉତ୍ସାହିତ କରିବା ସହ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ଅନୁପ୍ରାଣିତ କରାଇବା ହେଉଛି ଜାତୀୟ ମତଦାତା ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ। ପରେ ୧୨ଜଣ ନୂଆ ଭୋଟର୍‌ମାନଙ୍କୁ ଫଟୋ ପରିଚୟପତ୍ର ବଣ୍ଟନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭବାନୀ ପ୍ରସାଦ ରାୟ, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ, ଶତ୍ରୁଘ୍ନ କର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ, ଉପଜିଲ୍ଲାପାଳ ଦେବବ୍ରତ ସାହୁଙ୍କ ସମେତ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର