ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ଅପେକ୍ଷା କରୋନା ସୁସ୍ଥ ସଂଖ୍ୟା ଅଧିକ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ଅପେକ୍ଷା କରୋନା ସୁସ୍ଥ ସଂଖ୍ୟା ଅଧିକ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୨୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୧ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ତେବେ ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିବା ଏକ ପ୍ରକାର ଆଶ୍ବସ୍ତିର ଖବର ବୋଲି କୁହାଯାଉଛି।  ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ବରରେ ଏଯାବତ କରୋନା ମାମଲା ୮୬୯୩୫ରେ ପହଞ୍ଚିଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୨୪୬ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୧ଜଣ ରହିଛନ୍ତି।  ରାଜଧାନୀରେ ଏଯାବତ ୧୫୪୪ଟି ଆହୁରି କରୋନା ସକ୍ରିୟ ମାମଲା ଥିବା ବେଳେ ୮୪୯୬୩ଜଣ ଏଥିରୁ ସୁସ୍ଥ ହୋଇଛନ୍ତି। ଏତଦ ବ୍ୟତୀତ ୪୦୭ଜଣ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe