ଭୁବନେଶ୍ୱରରେ ଯୁବକଙ୍କୁ ବନ୍ଧୁକରେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମାରେ ଆଜି ସନ୍ଧ୍ୟାରେ ଜଣେ ଯୁବକଙ୍କୁ ବନ୍ଧୁକରେ ଆକ୍ରମଣ ହୋଇଥିବ‌ା ସୂଚନା ମିଳିଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ଯୁବକଙ୍କ ନାମ ହେଲା ଶୁଭମ୍‌। ଆକ୍ରମଣର ଶିକାର ହେବା ପରେ ଶୁଭମଙ୍କୁ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୃତ୍ତମାନେ ଆଜି ରାତି ପ୍ରାୟ ସାଢ଼େ ୯ଟା ବେଳେ ଶୁଭମ୍‌ଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣର ଶିକାର ହେବା ପରେ ଶୁଭମ୍‌ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଂଚି ଶୁଭମ୍‌ଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରିଛି। ରିପୋର୍ଟ ଲେଖାଯିବା ବେଳକୁ ପୁଲିସ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ କରୁଛି।

ସମ୍ବନ୍ଧିତ ଖବର