୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

Advertisment
୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଆଜି ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର | ଓଡ଼ିଶାର ରାଜଧାନୀ ଭୁବନେଶ୍ବରର ଇତିହାସ ୭୩ ବର୍ଷ ପୁରୁଣା। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ, ମହାବିଷୁବ ସ˚କ୍ରାନ୍ତି ଓଡ଼ିଆ ନବବର୍ଷ ଅବସରରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର ଶୁଭାରମ୍ଭ କରିଥିଲେ। ପୂର୍ବରୁ ଓଡ଼ିଶାର ରାଜଧାନୀ କଟକ ଥିଲା। ତେବେ ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |

publive-image

ଗାନ୍ଧୀମାର୍ଗରେ ସ୍କୁଲ, କଲେଜ ଛାତ୍ରଛାତ୍ରୀମାନଙ୍କୁ ନେଇ ପରେଡ ହୋଇଥିବାବେଳେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଭିବାଦନ ଗ୍ରହଣ କରିଥିଲେ | ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ପଦ୍ମନାଭ ବେହେରା, ସମୀର ରଞ୍ଜନ ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ ପ୍ରମୁଖ ଯୋଗ ଦେଇଥିଲେ | ସେହିପରି ୧୩ ଜଣ ବ୍ୟକ୍ତିବିଶେଷଙ୍କୁ ରାଜଧାନୀ ଗୌରଵ ସମ୍ମାନ-୨୦୨୨ ପ୍ରଦାନ କରାଯାଇଥିଲା |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe