ଭୁବନେଶ୍ୱର: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୨ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇଓଡବ୍ଲୁ ଶନିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଚାରି ଜଣ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ଜଣେ ମହିଳା ମଧ୍ୟ ସାମିଲ ଥିବା ଜଣାପଡ଼ିଛି। ଅଭିଯୁକ୍ତମାନେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ଟଙ୍କା ଋଣ ନେଇଥିଲେ।