ଗାନ୍ଧୀ ଯୁକ୍ତ୨ ଓ ଯୁକ୍ତ ୩ ମହାବିଦ୍ୟାଳୟରେ ସ୍ୱାଗତ ଉତ୍ସବ

ଭୁବନେଶ୍ୱର: ଖଣ୍ଡଗିରିସ୍ଥିତ ଗାନ୍ଧୀ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟାଳୟର ପଞ୍ଚମ ସ୍ୱାଗତ ସମ୍ବର୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଧାଂଶୁ ଶେଖର ମହାରଣା କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ। ରସାୟନ ବିଜ୍ଞାନର ଅଧ୍ୟାପିକା ଭାଗ୍ୟଲକ୍ଷ୍ମୀ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଧ୍ୟାପକ ବିଶ୍ୱନାଥ ବିଶ୍ୱାଳ, ଅଭିନନ୍ଦନ ଓଝା, ବିଶ୍ୱଜିତ୍‌ ରଣା, ଚନ୍ଦନ କୁମାର ପଲେଇ ଓ ଅଧ୍ୟାପିକା ରୂପଜିତା ସାହୁ ଓ ଅନ୍ୟାନ୍ୟ କର୍ମକର୍ତ୍ତାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସମ୍ବନ୍ଧିତ ଖବର