ହାଇଟେକ ପବ୍ଲିକ ସ୍କୁଲର ବିଜ୍ଞାନ ପ୍ରଦର୍ଶନୀ ଆୟୋଜିତ

ଭୁବନେଶ୍ୱର : ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ହାଇଟେକ ପବ୍ଲିକ ସ୍କୁଲର ବିଜ୍ଞାନ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ରୀତା ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଜ୍ଞାନ ସମ୍ପର୍କିତ ବିଭିନ୍ନ ପ୍ରକଳ୍ପ  ପ୍ରଦର୍ଶନ କରିଥିଲେ। ଏହି ପ୍ରଦର୍ଶନୀକୁ ଆଇଆଇଟି ଭୁବନେଶ୍ୱରର ସ୍କୁଲ ଅଫ ଆର୍ଥ ଓସନ୍‌ ଆଣ୍ଡ କ୍ଲାଇମେଟ୍‌ ସାଇନ୍‌ସର ସହକାରୀ ପ୍ରାଧ୍ୟାପକ ଡ. ଦେବଦତ୍ତ ସ୍ୱାଇଁ ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେଣ୍ଟ ଜାଭିୟର ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମିନତି ଦାସ ଓ ମାନସ ରଞ୍ଜନ ସେଠୀ ଯୋଗ ଦେଇ ପିଲାମାନଙ୍କର ଉଚ୍ଚ ପ୍ରତିଭାର ପ୍ରଶଂସା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ସମ୍ବନ୍ଧିତ ଖବର