ଆଇଆଇଟି ପ୍ରତିଷ୍ଠା ଦିବସ

ଜଟଣୀ: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ବରର ଏକାଦଶ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅରଗୁଳସ୍ଥିତ ପ୍ରତିଷ୍ଠାନ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ଗବେଷଣା ସଂସ୍ଥା ‘ଡିଆରଡିଓ’ର ପୂର୍ବତନ ଅଧ୍ୟକ୍ଷ ଡକ୍ଟର ଏସ୍‌ ଖ୍ରୀଷ୍ଟଫର୍‌ ପ୍ରତିଷ୍ଠା ଦିବସ ବକ୍ତୃତା ପ୍ରଦାନ କରିଥିଲେ। ଆଇଆଇଟି ନିର୍ଦେଶକ ଆର ଭି ରାଜକୁମାର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀ ଏବଂ ସଫଳତା ହାସଲ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଧିତ କରାଯାଇଥିଲା। ବିଭିନ୍ନ ସ୍କୁଲ୍‌ ଓ କଲେଜ ଛାତ୍ରଛାତ୍ରୀଙ୍କ ଦ୍ବାରା ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା।

ସମ୍ବନ୍ଧିତ ଖବର