ବିପ୍ଳବୀ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଚନ୍ଦ୍ରଶେଖରପୁର: ବିଶ୍ୱ ଆଦିବାସୀ ଦିବସ ଅବସରରେ ଚନ୍ଦ୍ରଶେଖରପୁର ମୈତ୍ରୀବିହାରଠାରେ ବିପ୍ଳବୀ ବୀର ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ। ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ବିିଜୟ କୁମାର ମହାନ୍ତି, ପ୍ରିୟଦର୍ଶୀ ମିଶ୍ର, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ମନୋରଞ୍ଜନ ପାଣିଗ୍ରାହୀ, ନିର୍ଦେଶକ ବିଜୟ ନାୟକ ପ୍ରମୁଖ ଯୋଗଦେଇଥିଲେ। ଏହି ପ୍ରତିମୂର୍ତ୍ତି ନିର୍ମାଣ ବାବଦରେ ସଂସ୍କୃତି ବିଭାଗ ପକ୍ଷରୁ ୧୦.୧୦ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି।

ସମ୍ବନ୍ଧିତ ଖବର