ଭୁବନେଶ୍ୱର: କିସ୍‌ ଓ କିଟ୍‌ରେ ମହାତ୍ମା ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ମହାତ୍ମା ଗାନ୍ଧୀଙ୍କ ୧୫୩ତମ ଜୟନ୍ତୀ ପାଳନ ଅବସରରେ କିସ୍ ପରିସରରେ ଥିବା ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ କିଟ୍ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଗାନ୍ଧୀଜୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ଅବସରରେ ଶ୍ରୀ ସାମନ୍ତ କହିଲେ, ସମାଜର ଦଳିତ, ଅବହେଳିତ ଓ ଜନଜାତି ବର୍ଗର ଲୋକଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ମହାତ୍ମା ଗାନ୍ଧୀଙ୍କ ସ୍ୱପ୍ନ ରହିଥିଲା।

Advertisment

ଗାନ୍ଧୀଜୀଙ୍କ ଏହି ସ୍ୱପ୍ନ ଆଜି କିସ୍‌ରେ ପ୍ରକୃତରେ ପ୍ରତିଫଳିତ ହୋଇପାରିଛି ବୋଲି ଶ୍ରୀ ସାମନ୍ତ କହିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ ବେହେରା, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ରହି ଗାନ୍ଧୀଜୀଙ୍କ ସ୍ମୃତିଚାରଣ କରିଥିଲେ। ଏହା ପୂର୍ବରୁ କିସ୍‌ ଛାତ୍ରଛାତ୍ରୀଙ୍କ ଦ୍ବାରା ରାମଧୁନ୍‌ ଗାନ କରାଯାଇଥିଲା।