ଭୁବନେଶ୍ୱର: କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ରୋହିତ ବିଶ୍ୱାଳଙ୍କୁ ସହିଦ ମାନ୍ୟତା ଦେବାକୁ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବି କରାଯାଇଛି। ସ୍ୱର୍ଗତ ବିଶ୍ୱାଳଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ ସଂଘ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ତାଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ପ୍ରଦାନ ସହ ପତ୍ନୀଙ୍କୁ ଚାକିରି ଦେବା ଲାଗି ଦାବି ଉପସ୍ଥାପନ କରାଯାଇଥିଲା। ଶ୍ରଦ୍ଧାଞ୍ଜଳି ସଭାରେ ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନା, ବିମଳ କୁମାର ଭଞ୍ଜଦେଓ, ଭାଗବତ ତ୍ରିପାଠୀ, ଅଶୋକ କୁମାର ସାହୁ, ପ୍ରତାପ ଚନ୍ଦ୍ର ପ୍ରଧାନ, ଲକ୍ଷ୍ମୀକାନ୍ତ ଦାସ, ଲିଙ୍ଗରାଜ ସାହୁ, ବିଜୟ ଖୁଣ୍ଟିଆ, ମନୋରଞ୍ଜନ ମିଶ୍ର, ମନୋଜ ପ୍ରଧାନ, ସ୍ୱଦେଶ ମହାନ୍ତିଙ୍କ ସମେତ ବହୁ ସଦସ୍ୟ ଯୋଗ ଦେଇ ସ୍ୱର୍ଗତ ବିଶ୍ବାଳଙ୍କ ସ୍ମୃତିଚାରଣ କରିଥିଲେ।
ସାମ୍ବାଦିକ ରୋହିତ ବିଶ୍ୱାଳଙ୍କୁ ସହିଦ ମାନ୍ୟତା ଦାବି
/sambad/media/post_attachments/wp-content/uploads/2022/02/54fh654sfh654fhs65sfh.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)