ଖଣ୍ଡଗିରି ନୋଡାଲ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ଉତ୍ସବ

ଭୁବନେଶ୍ବର: ଜାଗମରାସ୍ଥିତ ଖଣ୍ଡଗିରି ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ୨୭ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଇଂଜିନିୟର୍‌ ପ୍ରଦୀପ ମହାନ୍ତି, ଗାୟିକା ଅମ୍ରିତା ଭାରତୀ ଓ ହାସ୍ୟାଭିନେତା ହୃଷୀକେଶ ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ କ୍ରୀଡ଼ାର ବିଭିନ୍ନ ଦିଗ ଉପରେ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। ଉତ୍ସବରେ ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁବାଳା ଖଣ୍ଡୁଆଳ ଅଧ୍ୟକ୍ଷତା କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ଅଲିମ୍ପିଆନ୍‌ ଦୂତୀ ଚାନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ। ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମହେନ୍ଦ୍ର ଗୁରୁ, ଦୁଃଶାସନ ପ୍ରଧାନ ଓ ପୂର୍ବତନ କର୍ପୋରେଟର୍‌ ରୁନୁ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ତଥା ବିଶିଷ୍ଟ ହାସ୍ୟାଭିନେତା ଶଙ୍କର୍ଷଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ଚଳଚ୍ଚିତ୍ର ଅଭିନେତ୍ରୀ ଐଶ୍ବର୍ଯ୍ୟା ବେହେରା, ବିଶିଷ୍ଟ ହାସ୍ୟାଭିନେତା ନରି ଯୋଗ ଦେଇଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ସମ୍ବନ୍ଧିତ ଖବର