କସ୍ତୁରବା ନାରୀ ମହଲ ପକ୍ଷରୁ କୁମାର ଉତ୍ସବ

ଭୁବନେଶ୍ବର: କସ୍ତୁରବା ନାରୀ ମହଲର ବାର୍ଷିକ ଉତ୍ସବ ଓ କୁମାର ଉତ୍ସବ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦେଶକ ବିଜୟ ନାୟକ, ସମ୍ମାନିତ ଅତିଥି ଭାବେ ଓଡ଼ିଶା ଲେଖିକା ସଂସଦର ସାଧାରଣ ସମ୍ପାଦକ ଶକୁନ୍ତଳା ବଳିଆରସିଂହ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଶୈଳରାଣୀ ମିଶ୍ର କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିବା ବେଳେ ଆଶାଲତା ଦାଶ ବାର୍ଷିକ ବିବରଣୀ ପାଠ କରିଥିଲେ। ସୁମିତ୍ରା ଜେନା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସ୍ବର୍ଣ୍ଣ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଦିଆଯାଇଥିଲା। ଓଡ଼ିଶା ଡ୍ୟାନ୍ସ ଏକେଡେମି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା। ମମତା ପାଢ଼ୀ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର