ପୁରୀ ଓ କୋଣାର୍କ ମନ୍ଦିର ବୁଲି ଦେଖିଲେ ମହାରାଷ୍ଟ୍ର ଛାତ୍ରଛାତ୍ରୀ
ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ
ଭୁବନେଶ୍ବର: ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନୱୀ ମୁମ୍ବାଇର କେସି ପାଟିଲ କଲେଜ ଅଫ୍ ଇଞ୍ଜିନିୟରିଂର ୫୦ ଜଣ ଛାତ୍ରଛାତ୍ରୀ ମଙ୍ଗଳବାର ଦ୍ବିତୀୟ ଦିନରେ ବିଶ୍ବପ୍ରସିଦ୍ଧ ତୀର୍ଥକ୍ଷେତ୍ର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଐତିହାସିକ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଗସ୍ତ ପୂର୍ବରୁ ସେମାନଙ୍କୁ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବିଷୟରେ ସୂଚନା ଦିଆଯାଇଥିଲା। ମହାରାଷ୍ଟ୍ରର ଛାତ୍ରଛାତ୍ରୀଙ୍କୁ ଆତିଥେୟ ପ୍ରଦାନ କରିଥିବା ଭୁବନେଶ୍ବରର ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଜିଆଇଏଫ୍ଟି) ପକ୍ଷରୁ ଏକ ଉପସ୍ଥାପନା ମାଧ୍ୟମରେ ଶ୍ରୀଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ସମେତ ବିଭିନ୍ନ ଐତିହାସିକ ସ୍ଥଳୀ ସମ୍ପର୍କରେ ସୂଚନା ଦିଆଯାଇଥିଲା।
ଆଜିର ଦିନରେ ଆୟୋଜିତ ଆଉ ଏକ କାର୍ଯ୍ୟକ୍ରମରେ ଏକ ଭାଷାବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମରାଠୀ ଏବଂ ଓଡ଼ିଆ ଭାଷାରେ ସାମଞ୍ଜସ୍ୟ ଥିବା କେତେକ ଶବ୍ଦ ବିଷୟରେ ଛାତ୍ରଛାତ୍ରୀ ଜାଣିବାକୁ ପାଇଥିଲେ। ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ୫୦ ଜଣ ଛାତ୍ରଛାତ୍ରୀ ଏବଂ ୪ ଜଣ ଶିକ୍ଷକଶିକ୍ଷୟିତ୍ରୀ ସମ୍ପ୍ରତି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜ୍ୟମାନଙ୍କ ମଧ୍ୟରେ ଆପୋସ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଅଖଣ୍ଡ ଭାରତର ସ୍ବପ୍ନକୁ ସାକାର କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନା କ୍ରମେ ଦେଶବ୍ୟାପୀ ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।