ପଟିଆ ରେଳଷ୍ଟେସନରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଭୁବନେଶ୍ୱରର ପଟିଆ ରେଳଷ୍ଟେସନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛି  । ମୁଖ୍ୟ ଅଭିଯୁକ୍ତ କୃଷ୍ଣ ଚାଲିକକୁ ପୁଲିସ ଗିରଫ କରିଛି । ଅଭିଯୁକ୍ତର ଘର ବାଙ୍କୀ ପଦନପୁରରେ ହୋଇଥିବା ସୂଚନା ରହିଛି । ଅପହରଣ ପରେ ଦଉଡିରେ ବାନ୍ଧି ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା।

ଗଣଦୁଷ୍କର୍ମର ଶିକାର ହୋଇଥିବା ଦୁଇଜଣ ନାବାଳିକାଙ୍କ ଅଭିଯୋଗ ଅନୁସାରେ, ଏମାନେ ପଟିଆ ଅଞ୍ଚଳରେ ରହୁନ୍ତି । ସୋମବାର ସନ୍ଧ୍ୟାରେ ପଟିଆ ରେଳଷ୍ଟେସନ ଯାଇଥିବା ବେଳେ ଦୁଇଜଣ ଯୁବକ ସେମାନଙ୍କୁ ଅପହରଣ କରି ପଟିଆ ରେଳବାଇ ଓଭରବ୍ରିଜ ନିକଟକୁ ନେଇ ଯାଇଥିଲେ । ସେଠାରେ ଦୌଡିରେ ବାନ୍ଧି ରାତିସାରା ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ସକାଳେ ଏହି ଦୁଇଜଣ ନାବାଳିକା ଘରକୁ ଆସି ପରିବାର ଲୋକଙ୍କୁ ଏ ସମ୍ପର୍କରେ କହିଥିଲେ ।

ପରିବାର ଲୋକେ ଏ ନେଇ ଦୁର୍ବୃତ୍ତଙ୍କୁ ପଚାରିବାରୁ ସେମାନେ ଟଙ୍କାର ଲୋଭ ଦେଖାଇ ଘଟଣା ସମ୍ପର୍କର କାହା ଆଗରେ ନ କହିବାକୁ ଧମକ ଦେଇଥିଲେ । ସଂଧ୍ୟାରେ ଚାଇଲଡ ଲାଇନ ଏ ସମ୍ପର୍କରେ ଖବର ପାଇବା ପରେ ଇନଫୋସିଟି ଥାନା ସହାୟତାରେ ଦୁଇଜଣ ନାବାଳିକୁ ଉଦ୍ଧାର କରିଛି । ପୁଲିସ ସହାୟତାରେ ସେମାନଙ୍କୁ ଘଟଣାସ୍ଥଳକୁ ନିଆଯାଇଥିଲା । ଘଟଣା ଜିଆରପି ପୁଲିସ ଅଧିନରେ ଆସୁଥିବାରୁ ଏ ନେଇ ଜିଆରପି ଥାନାରେ ମାମଲା ରୁଜୁ ହୋଇଛି । ଅଭିଯୋଗ ଅନୁସାରେ ଦୁଷ୍କର୍ମ ଶିକାର ହୋଇଥିବା ଜଣକର ବୟସ ୧୨ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣକର ବୟସ ୧୪ ବର୍ଷ ।

ସମ୍ବନ୍ଧିତ ଖବର