ନାବାଳିକା ଗଣଦୁଷ୍କର୍ମ ମାମଲା: ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ

Advertisment

ଖୁବ୍ ଶୀଘ୍ର ତଦନ୍ତ ଶେଷ ହେବ

ଖୁବ୍ ଶୀଘ୍ର ତଦନ୍ତ ଶେଷ ହେବ

ଖଣି ଅତିରିକ୍ତ ନିର୍ଦ୍ଦେଶକଙ୍କୁ ହାଇକୋର୍ଟରୁ ଜାମିନ

The New Indian Express

କଟକ : ଭୁବନେଶ୍ବର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ଗଣଦୁଷ୍କର୍ମ ଘଟଣାର ତଦନ୍ତର ଅଗ୍ରଗତି ନେଇ ସୋମବାର ଦିନ ହାଇକୋର୍ଟରେ କ୍ରାଇମବ୍ରାଞ୍ଚ ଏସପିଙ୍କ ପକ୍ଷରୁ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି। ଖୁବ୍ ଶୀଘ୍ର ଘଟଣାର ତଦନ୍ତ ଶେଷ ହେବ ବୋଲି ଆଜି ଶୁଣାଣି ସମୟରେ ସରକାରଙ୍କ ତରଫରୁ ଦର୍ଶାଯାଇଥିଲା। ସେପ୍ଟେମ୍ବର ୬ରେ ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଦୁଇ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

୨୦୨୦ରେ ଇନ୍‌ଫୋସିଟି ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ତଦନ୍ତରେ ନିଷ୍କ୍ରିୟତା ନେଇ ଅଭିଯୋଗ ହୋଇଥିଲା। ୨୦୨୦, ନଭେମ୍ବର ୯ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ନଭେମ୍ବର ୧୮ରେ ପୁଲିସ ଡିଜିଙ୍କୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ବ୍ୟକ୍ତିଗତ ଭାବେ ହାଜର ହୋଇ ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ନଭେମ୍ବର ୧୮ରେ ପୁଲିସ ଡିଜି ବ୍ୟକ୍ତିଗତ ଭାବେ ହାଜର ହୋଇ ତଦନ୍ତର ଅଗ୍ରଗତି ସଂପର୍କରେ ସତ୍ୟପାଠ ଦାଖଲ କରିଥିଲେ। ପୁଲିସ ପକ୍ଷରୁ ତଦନ୍ତ ସଂପର୍କିତ ତଥ୍ୟକୁ ବନ୍ଦ ଲଫାପାରେ ହାଇକୋର୍ଟରେ ଦାଖଲ କରାଯାଇଥିଲା। ଚାରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଓ ତଦନ୍ତ ଚାଲିଛି ବୋଲି ସରକାରଙ୍କ ପକ୍ଷରୁ ଦର୍ଶାଯାଇଥିଲା। ହାଇକୋର୍ଟ ମାମଲାର ଶୁଣାଣି କରି ତଦନ୍ତର ସାନି ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ଏହି ମାମଲାକୁ ନେଇ ଆଇନଜୀବୀ ଗୌତମ ସିଦ୍ଦିକି ଓ ଭାରତୀୟ ବିକାଶ ପରିଷଦ ତରଫରୁ ଦୁଇଟି ପୃଥକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଖଲ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe