ଆଗୁଆ ଜାମିନ ପାଇଁ ହାଇକୋର୍ଟ ଗଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

Advertisment
ନେତାଜୀ ବସ୍ ଟର୍ମିନାଲ୍‌ ପାଖ ୧୫ ଗୁଣ୍ଠ ଜମି ସିଏମ୍‌ସି ଦଖଲକୁ ଫେରିବ

orissahighcourt.nic.in

କଟକ: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ବାଲୁଗାଁ ଥାନାରେ ରୁଜୁ ୧୫୬/୨୦୨୧ ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଦାୟର କରିଛନ୍ତି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ବାଲୁଗାଁ ଏନଏସି କାର୍ଯ୍ୟାଳୟ ପରିସରରେ ବିଜେପି କର୍ମୀଙ୍କୁ ମାଡ଼ ମାରିବା ଘଟଣା ପରେ ଚିଲିକା ବିଧାୟକ ଶ୍ରୀ ଜଗଦ୍ଦେବଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା। ତାଙ୍କ ବିରୋଧରେ ବାଲୁଗାଁ ଥାନାରେ ଆଇପିସିର ବିଭିନ୍ନ ଦଫା ସହିତ ଏସସି ଏସଟି ପିଏ ଆଇନର ବିଭିନ୍ନ ଧାରାରେ ପୁଲିସ ମାମଲା ରୁଜୁ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe