ଆଜି ସକାଳ ୮ରୁ ଖୋଲିବ ନନ୍ଦନକାନନ

Advertisment

ଅନ୍‌ଲାଇନ୍‌ରେ ଟିକେଟ୍‌ ବିକ୍ରି ଆରମ୍ଭ

ଅନ୍‌ଲାଇନ୍‌ରେ ଟିକେଟ୍‌ ବିକ୍ରି ଆରମ୍ଭ

ନନ୍ଦନକାନନରୁ ଇନ୍ଦୋର ଗଲେ ୧୩ ବନ୍ୟପ୍ରାଣୀ: ବିଦାୟ ନେଲେ କଳା ବାଘ ‘ଭିକି’ ଓ ଧଳା ବାଘୁଣୀ ‘ରାଗିଣୀ’

Mycitylinks

ବାରଙ୍ଗ : ଦୀର୍ଘ ୭ ମାସ ପରେ ଆସନ୍ତାକାଲି ଅର୍ଥାତ୍‌ ରବିବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଯାଉଛି। ଠିକ୍ ସକାଳ ୮ଟାରୁ କାଉଣ୍ଟରରେ ଟିକେଟ୍‌ ବିକ୍ରି ଆରମ୍ଭ ହେବ। ତେବେ ଅନ୍‌ଲାଇନ୍‌ରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇ ସାରିଛି। ଆସନ୍ତାକାଲି ରବିବାର ଛୁଟି ଦିନ ଥିବାରୁ ବହୁ ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼ ଜମିବା ଆଶା କରାଯାଉଛି। ଅନ୍‌ଲାଇନ୍‌ ଟିକେଟ୍‌ ବିକ୍ରି ସଂଖ୍ୟା ସ୍ପଷ୍ଟ ହୋଇନଥିଲେ ମଧ୍ୟ ରବିବାର ପାଇଁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସିବା ଜଣାପଡ଼ିଛି।

ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। କରୋନା କଟକଣାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକମାନଙ୍କୁ ସୁରକ୍ଷିତଭାବେ ବୁଲାଇ‌ବା ପାଇଁ ସବୁ ପ୍ରକାର ଯୋଜନା ପ୍ରସ୍ତୁତ କରାଯାଇଛି। ଟିକେଟ୍‌ କାଉଣ୍ଟରଠାରୁ ଆରମ୍ଭ କରି ପ୍ରାଣୀ ଖୁଆଡ଼ ପର୍ଯ୍ୟନ୍ତ ସବୁଠାରେ ଯେମିତି ସାମାଜିକ ଦୂରତା ବଜାୟ ରହିବ, ସେଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ନନ୍ଦନକାନନ ପରିସରକୁ ବିଶୋଧନ କରିବା ଲାଗି ଯଥେଷ୍ଟ ପରିମାଣର ହାତ ମେସିନ୍‌ ଓ ୨ଟି ବିଦ୍ୟୁତ ଚାଳିତ ସିଞ୍ଚନ ମେସିନ୍‌ ଲଗାଯାଇଛି। ସେହିଭଳି ପର୍ଯ୍ୟଟକଙ୍କ ଶରୀର ତାପମାତ୍ରା ମାପି ଭିତରକୁ ଛାଡ଼ିବା ପାଇଁ ତାପମାତ୍ରା ମାପକ ଯନ୍ତ୍ର ରଖାଯାଇଛି। ପର୍ଯ୍ୟଟକଙ୍କୁ ବାଧ୍ୟତାମୂଳକଭାବେ ମୁହଁରେ ମାସ୍କ ଲଗାଇ ଧାଡ଼ି ବାନ୍ଧି ସାମାଜିକ ଦୂରତା ରକ୍ଷା କରି ବୁଲି ଦେଖିବାକୁ ପଡ଼ିବ। ଖିଲାପ କଲେ ଜରିମାନା କରାଯିବ ବୋଲି ସୂଚନା ଦିଆଯାଇଛି। ପ୍ରତ୍ୟେକ କ୍ଷେତ୍ରରେ ତଦାରଖ ଲାଗି କର୍ମଚାରୀ ମୁତୟନ ରହିବେ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe