ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପାଳିଲା ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ

ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପାଳିଲା ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ

ଭୁବନେଶ୍ବର: ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପକ୍ଷରୁ ଆଇଏମ୍‌ଏମ୍‌ଟି ପ୍ରେକ୍ଷାଳୟରେ ଆଜି ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଆଧାରିତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜିଜ୍ଞାସା ପ୍ରୋଗ୍ରାମ ଅଧୀନରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶହେରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରି ୩୫ରୁ ଅଧିକ ପ୍ରୋଜେକ୍ଟ ପ୍ରଦର୍ଶନ କରିଥିଲେ। ସେହିପରି ଦ୍ବିତୀୟ ଅଧିବେଶନରେ ‘ପ୍ରଯୁକ୍ତିବିଦ୍ୟା ଜଗତରୁ ଶିକ୍ଷା’ ବିଷୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଯୋଗ ଦେଇଥିଲେ। ବିଜ୍ଞାନ ଓ ବୈଷୟିକଜ୍ଞାନ କୌଶଳ କିଭଳି ଆଜିର ବ୍ୟସ୍ତବହୁଳ ମଣିଷ ଜୀବନକୁ ସହଜ କରିପାରିଛି ଓ ଆଗକୁ ଏହା କିଭଳି ମାନବ ସମାଜର କଲ୍ୟାଣ ସାଧନ କରିବ, ତାହା ଉପରେ ବକ୍ତବ୍ୟ ରଖିଥିଲେ।

ବିଜ୍ଞାନମେଳାକୁ ଉଦ୍‌ଘାଟନ କରି ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରଫେସର ଏସ୍‌ ବାସୁ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସରର ମହତ୍ତ୍ବ ବିଷୟରେ ଆଲୋଚନା କରିଥିଲେ। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଆଧାରିତ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଫିଜିକ୍ସ, ନାଇଜର୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କେମେଷ୍ଟ୍ରି, ଉତ୍କଳ ବିଶ୍ବବିଦ୍ୟାଳୟ ଏବଂ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ବିଶେଷଜ୍ଞମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ଜିଜ୍ଞାସା ପ୍ରୋଗ୍ରାମର ସଂଯୋଜକ ଡ. ଦେବୀପ୍ରସାଦ ଦାସ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe