ସିଇଟିରେ ଦୁଇ ହଷ୍ଟେଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଘାଟିକିଆସ୍ଥିତ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ସିଇଟି)ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କ ଲାଗି ଦୁଇଟି ହଷ୍ଟେଲ ମଧ୍ୟ ଆଜି ଉଦ୍‌ଘାଟିତ ହୋଇଛି। ୨୩.୫ କୋଟି ଟଙ୍କା ବ୍ୟୟରେ ୫୩୦ ସିଟ୍‌ ବିଶିଷ୍ଟ ଛାତ୍ରୀନିବାସ ଏବଂ ୨୧.୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୦୦ ସିଟ୍‌ ବିଶିଷ୍ଟ ଛାତ୍ରାବାସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସି କ୍ୟାମ୍ପସରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀ ଉପକୃତ ହେବେ। କ୍ୟାମ୍ପସର ଭିତ୍ତିଭୂମି ବିକାଶ ଲାଗି ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି।

ସମ୍ବନ୍ଧିତ ଖବର