ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହା୍ନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୯୧ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୩୮ଜଣ ରହିଛନ୍ତି।

Advertisment

ଏଯାବତ ରାଜଧାନୀରୁ ୮୪୪୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦୬୩ଟି କରୋନା ସକ୍ରିୟ ମାମଲା ଏବେ ବି ରହିଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୯୩୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ସୁସ୍ଥ ସଂଖ୍ୟା ୭୯୯୮୨ ପହଞ୍ଚିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ୩୮୧ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।