ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ଚନ୍ଦ୍ରଶେଖରପୁର: ନୀଳାଦ୍ରିବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଜ୍ଞାନବିଜ୍ଞାନ ମେଳା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜ୍ଞାନ ବିଜ୍ଞାନ ମେଳା ପରିଚାଳନା ସମିତି ସଭାପତି ବିଜୟ କୁମାର ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ପ୍ରଫେସର ବିଭୂତି ଭୂଷଣ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭବିଷ୍ୟତରେ ଜଣେ ଭଲ ବୈଜ୍ଞାନିକ ହେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ଜୀବବିଜ୍ଞାନ ପ୍ରତିଷ୍ଠାନର ନିର୍ଦେଶକ ପଦ୍ମଶ୍ରୀ ଡ଼.ଅଜୟ କୁମାର ପରିଡ଼ା ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକର ପ୍ରଶଂସା କରିଥିଲେ। ଏହି ମେଳାରେ ୩୫୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ବିଜ୍ଞାନ ପ୍ରକଳ୍ପ, ବୈଦିକ ଗଣିତ ପ୍ରକଳ୍ପ, ସଂସ୍କୃତି ଜ୍ଞାନ ପ୍ରକଳ୍ପ, ବିଜ୍ଞାନ ପ୍ରବଚନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ଅତିଥିମାନେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ପ୍ରମୋଦ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ କେଦାରନାଥ ସେଠୀ ଧନ୍ୟବାଦ ଦେଇଥିଲେ। ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ସୁରେଶ ଚନ୍ଦ୍ର ବେହେରା ଓ ନନ୍ଦ କିଶୋର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe