ଚନ୍ଦ୍ରଶେଖରପୁର: ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ରୌପ୍ୟଜୟନ୍ତୀ ସମାରୋହ ବର୍ଷ ଅବସରରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବିଜୟ କୁମାର ମୁଦାଲି ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଗଣଦୌଡ଼ ବିଦ୍ୟାଳୟ ପରିସରରୁ ଆରମ୍ଭ ହୋଇ ଇନ୍ଫୋସିଟି ହୋଇ ପୁନଶ୍ଚ ବିଦ୍ୟାଳୟକୁ ଫେରିଥିଲା। ପ୍ରାୟ ୫୦୦ରୁ ଊର୍ଧ୍ୱ ଛାତ୍ରଛାତ୍ରୀ ଓ ଗୁରୁଜୀ ଗୁରୁମା ଏଥିରେ ସାମିଲ ହୋଇଥିଲେ। ଅପରାହ୍ଣରେ ବିଦ୍ୟାଳୟ ପ୍ରେକ୍ଷାଳୟରେ ମାତୃସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସମ୍ମିଳନୀରେ ଧନ୍ଦାମୂଳକ ଶିକ୍ଷା ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଡ. ହରିହର କାନୁନ୍ଗୋ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ କେଦାରନାଥ ସେଠୀ ଧନ୍ୟବାଦ ଦେଇଥିଲେ।
ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗଣଦୌଡ଼
/sambad/media/post_attachments/wp-content/uploads/2018/01/saraswati-sisu-mandir-niladrivihar.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)