୨୯ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ଶେଷ ସେମିଷ୍ଟାର ପରୀକ୍ଷା

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଅଧୀସ୍ଥନ କଲେଜଗୁଡ଼ିକରେ ଆସନ୍ତା ୨୯ ତାରିଖରୁ ଯୁକ୍ତ ୩ ଶେଷ ସେମିଷ୍ଟାର ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ଅକ୍ଟୋବର ୩ ତାରିଖ ଯାଏଁ ଏହି ପରୀକ୍ଷା ଚାଲିବ । ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ହେବ । ଓଏମଆର ସିଟରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ଶେଷ ହେବାର ୮ରୁ ୧୦ ଦିନ ମଧ୍ୟରେ ଫଳ ପ୍ରକାଶ ପାଇବ ।

ସମ୍ବନ୍ଧିତ ଖବର