ଲୋକପ୍ରିୟ ଓଡ଼ିଆ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଲୋକପ୍ରିୟ ଓଡ଼ିଆ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଲୋକପ୍ରିୟ ଓଡ଼ିଆ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ଆତ୍ମହତ୍ୟା କରିଥିବା ଜଣାଯାଇଛି। ଖାରବେଳନଗର ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ତେବେ ସନ୍ଦେହଜନକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

publive-image

ସୂଚନା ଅନୁଯାୟୀ, ଶେଷଥର ପାଇଁ ସେ ଗତକାଲି ସନ୍ଧ୍ୟା ସାଢ଼େ ୬ଟାରେ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ଡିଜେ ଆଜେକ୍ସ ଓରଫ୍ ଅକ୍ଷୟ କୁମାରଙ୍କୁ ପରିବାର ଲୋକେ ଏକ ଘରୋଇ ହସ୍ପିଟାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏଣେ ଏହି ମାମଲାକୁ ନେଇ ଖାରବେଳନଗର ଥାନା ପୁଲିସ ପକ୍ଷରୁ ମାମଲା ରୁଜୁ କରାଯିବା ସହ ତଦନ୍ତ ଆରମ୍ଭ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe