ଓଡ଼ିଶା ପରିବେଶ ସମିତିର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଓଡ଼ିଶା ପରିବେଶ ସମିତି ପକ୍ଷରୁ ୩୬ତମ ପ୍ରତିଷ୍ଠା ଦିବସ ଆଇଆର୍‌ସି ଭିଲେଜ୍‌ସ୍ଥିତ ଓଇଏସ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସମିତି ସଭାପତି ସୁନ୍ଦର ନାରାୟଣ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଯୋଗଦେଇ ପରିବେଶ ସୁରକ୍ଷା ଉପରେ ଆଲୋକପାତ କରିଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ ଯୋଗଦେଇ ନିଜର ମତ ରଖିଥିଲେ। ଏହି ଅବସରରେ ସମିତିର ବାର୍ଷିକ ସଂଖ୍ୟା ପୁସ୍ତକକୁ ଉନ୍ମୋଚନ କରାଯାଇଥିଲା। ସେହିପରି ପରିବେଶ କ୍ଷେତ୍ରରେ ଜୀବନବ୍ୟାପି ଅବଦାନ ପାଇଁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯାଇଥିଲା। ଅନୁଷ୍ଠାନର ସମ୍ପାଦକ ଜୟକୃଷ୍ଣ ପାଣିଗ୍ରାହୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଲାଲା ଏକେ ସିଂହ, ରେଖା ଦାସ, ଚିତ୍ତରଂଜନ ମିଶ୍ର, ଲଡ଼ୁକେଶ ମିଶ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ପିବି ସୀତାରାମ ପାତ୍ର ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର