ଅନେକ ଦିନ ପରେ ୧୦୦ତଳକୁ ରହିଛି ରଜଧାନୀରେ ସଂକ୍ରମଣ ସଂଖ୍ୟା

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଥିଲା। ଦୀର୍ଘଦିନ ପରେ ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମଣ ସଂଖ୍ୟା ୧୦୦ ତଳକୁ ରହିଛି। ରଜଧାନୀରୁ ୫୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୩ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୨ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୧୯୦୩୫ଜଣ ଚିହ୍ନଟ ହୋଇଥିବା ବେଳେ ୧୧୫୭୨୮ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୨୨୨୬ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୬୦ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧିତ ଖବର