ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ବ୍ରିଟେନ ଫେରନ୍ତାଙ୍କ ଠାରୁ ନମୁନା ସଂଗ୍ରହ କରାଯାଇ ଏହାକୁ ପରୀକ୍ଷା ପାଇଁ ପଠାଯାଇଛି। ତେବେ କାହାରିକୁ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ବିଏମ୍ସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।
ପୂର୍ବରୁ କରୋନାରର ନୂଆ ଷ୍ଟ୍ରେନ ବା ପ୍ରଜାତିକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ମଧ୍ୟ ନୂଆ ଏସଓପି ଜାରି କରାଯାଇଛି। ବିଦେଶ ଫେରନ୍ତା ଯାତ୍ରୀଙ୍କ ସଂପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ବିମାନବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଂଚ କରାଯାଉଛି।
ବର୍ତ୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି। ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ସମାନ ପରିମାଣରେ ବିମାନ ଭୁବନେଶ୍ୱରରୁୁ ଯାଉଛି। ଭୁବନେଶ୍ୱର ବିମାନବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟଙ୍କ କହିଛନ୍ତି ଲକ୍ଷଣ ଥିବା ୫୫ ବର୍ଷରୁ ଅଧିକ ସମସ୍ତ ଯାତ୍ରୀଙ୍କ ଆଟିଂଜେନ ଟେଷ୍ଟ ବାଧ୍ୟତାମୂଳକ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/04/premchand-choudhury.jpg)