ଭୁବନେଶ୍ବର : ପ୍ରତିରକ୍ଷା ବିଭାଗର ଗୋଳାବାରୁଦ କାରଖାନାର ଘରୋଇକରଣକୁ ବିରୋଧ କରି ଆଇଏନଟିୟୁସି, ଏଆଇଟିୟୁସି, ଏଚ୍ଏମଏସ୍, ସିଆଇଟିୟୁ, ଏଆଇୟୁଟିୟୁସି, ଟିୟୁସିସି ପକ୍ଷରୁ ଆଜି ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ମିଳିତ ଭାବେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ମହେନ୍ଦ୍ର ପରିଡ଼ାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବିକ୍ଷୋଭରେ ୮ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନର ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ କହିଥିଲେ ଯେ ଆସନ୍ତା ୨୬ତାରିଖରେ ପ୍ରତିରକ୍ଷା କର୍ମଚାରୀମାନେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟରେ ଯିବାକୁ ଡାକରା ଦେଇଥିଲେ। କିନ୍ତୁ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବଳରେ ଧର୍ମଘଟକୁ ବେଆଇନ ଘୋଷଣା କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଏହାଦ୍ବାରା କେନ୍ଦ୍ର ସରକାର ଶ୍ରମିକମାନଙ୍କ ଗଣତାନ୍ତ୍ରିକ ଅଧିକାରକୁ ଅଧ୍ୟାଦେଶ ଓ ଲେବର କୋଡ୍ ମାଧ୍ୟମରେ ଦମନ କରିବାକୁ ଚେଷ୍ଟା କରୁଛନ୍ତି। ଯଦି ଏହାକୁ ବନ୍ଦ ନ କରାଯାଏ ଆଗାମୀ ଦିନରେ କେନ୍ଦ୍ର ସରକାରଙ୍କ ବିରୋଧରେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରାକ୍ତନ ସାଂସଦ ଡ. ରାମଚନ୍ଦ୍ର ଖୁଣ୍ଟିଆ, ମଦନ ମୋହନ ଧଳ, ସତ୍ୟବ୍ରତ ନାୟକ, ସୁର ଜେନା, ବିଜୟ ଜେନା, ବୀରେନ୍ଦ୍ର ପ୍ରତାପ ଦାସ, ପ୍ରଦୀପ୍ତ ନାୟକ, ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ପୂର୍ଣ୍ଣଚନ୍ଦ୍ର ବେହେରା, ନିରଞ୍ଜନ ମହାନ୍ତି, ମହେନ୍ଦ୍ର ପରିଡ଼ା, ରାଧାକାନ୍ତ ସେଠୀ, ଜ୍ୟୋତିରଞ୍ଜନ ମହପାତ୍ର ଓ ପରିଲତା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ପ୍ରତିରକ୍ଷା ବିଭାଗର ଗୋଳାବାରୁଦ କାରଖାନା ଘରୋଇକରଣର ପ୍ରତିବାଦ
/sambad/media/post_attachments/wp-content/uploads/2021/07/intuc.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)