ମହାତ୍ମାଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ, ଅଭିବାଦନ ଗ୍ରହଣ କରିବେ ରାଜ୍ୟପାଳ

Advertisment
ମହାତ୍ମାଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ, ଅଭିବାଦନ ଗ୍ରହଣ କରିବେ ରାଜ୍ୟପାଳ

odishanewsinsight.com

ଭୁବନେଶ୍ୱର : ଆସନ୍ତା ବର୍ଷର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ମହାତ୍ମା ଗାନ୍ଧୀ ମାର୍ଗରେ ମହାଆଡ଼ମ୍ବରରେ ପାଳନ ହେବ। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଯୋଗଦେଇ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପାଖାପାଖି ୧୦ଟି ବିଭାଗର ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏହି ପ୍ରଜ୍ଞାପନ ମେଢ଼ ମାଧ୍ୟମରେ ସରକାରଙ୍କର ବିଭନ୍ନ ଜନହିତକର ଯୋଜନା ସହ ମୋ’ ସରକାର, ମିସନ୍‌ ଶକ୍ତି, ଓଡ଼ିଶାର ପର୍ଯ୍ୟଟନସ୍ଥଳୀ, ଜଗନ୍ନାଥ ମନ୍ଦିରର ପାରିପାର୍ଶ୍ବିକ ସୌନ୍ଦର୍ଯ୍ୟୀକରଣ ସମେତ ଶିଳ୍ପ, ଦକ୍ଷତା ବିକାଶ, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସଂପର୍କିତ ତଥ୍ୟ ସ୍ଥାନ ପାଇବ। ସେହିପରି ରାଜ୍ୟର ବଛା ବଛା ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏହି ପରେଡ୍‌ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ତଥା ଅଧିକ ଆକର୍ଷଣୀୟ କରିବା ପାଇଁ ମହାତ୍ମାଗାନ୍ଧୀ ମାର୍ଗରେ ଜାନୁଆରି ୨୨, ୨୩ ଓ ୨୪ ତାରିଖରେ ପରେଡ୍‌ ଅଭ୍ୟାସ କରାଯିବ। ଏଥିରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆଣିବା ପାଇଁ ବୈଠକରେ ଆଲୋଚନା ହୋଇଛି। ବୈଠକରେ ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ଚୋପ୍ରା, ସ୍ୱତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା, ପୁଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ, ଆଇଜି ପର୍ସନାଲ୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ, ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ସଚିବ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ସହକାରୀ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe