ଭୁବନେଶ୍ବର ): ଏକାମ୍ର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧଉଳି ଗଣେଶ ଘାଟ ଦୟାନଦୀ ସ୍ରୋତରେ ଏକ ‘ଆବଦ୍ଧ ଜଳଭଣ୍ଡାର’ ନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହେ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହାଦ୍ବାରା ଉକ୍ତ ଅଞ୍ଚଳରେ ଭୂତଳ ଜଳସ୍ତର ବୃଦ୍ଧି ହେବା ସହ ନିର୍ବାଚନ ମଣ୍ଡଳୀର ଅଧିକାଂଶ ଅଞ୍ଚଳରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କରାଯାଉଥିବା ପାନୀୟ ଜଳ ଯୋଗାଣ ଅଭାବ ଦୂର ହେବ। ଏଥିସହ ଧଉଳିକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଏହା ଏକ ଆକର୍ଷଣୀୟ ସ୍ଥାନ ପାଲଟିବ। ଏଥିପାଇଁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us