ଲିଙ୍ଗରାଜ ମନ୍ଦିର ଭଜନ ମଣ୍ଡପର ପୁନଃ ନିର୍ମାଣ ପାଇଁ ୫ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisment
ଲିଙ୍ଗରାଜଙ୍କ ଜମିକୁ ନେଇ ମାନସମନ୍ଥନ

en.wikipedia.org

ଭୁବନେଶ୍ବର : ଶ୍ରୀ ଲିଙ୍ଗରାଜ ମନ୍ଦିର ଭଜନ ମଣ୍ଡପର ପୁନଃ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କା ଘୋଷଣା କରିଛନ୍ତି। ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା ନିକଟରେ ନୂଆ ଭଜନ ମଣ୍ଡପ, ଲାଇବ୍ରେରି ଓ ଲିଙ୍ଗରାଜ ଗବେଷଣା ପ୍ରତିଷ୍ଠାନ ନିର୍ମାଣ କରାଯିବ। ଏହା ଉପରେ ଏକ ୱାଚ୍ ଟାୱାର୍ ନିର୍ମାଣ କରାଯିବ। ଏହି କାର୍ଯ୍ୟ ଖୁବ୍ ଶୀଘ୍ର ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପାଇଁ ଭୁବନେଶ୍ବର ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କୃତଜ୍ଞତା ଜ୍ଞାପନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe