ରୁକୁଣା ରଥଯାତ୍ରା ନୀତି ନିର୍ଘଣ୍ଟ, ଅପରାହ୍ନ ସାଢ଼େ ୩ଟାରେ ରଥଟଣା

Advertisment
ରୁକୁଣା ରଥଯାତ୍ରା ନୀତି ନିର୍ଘଣ୍ଟ, ଅପରାହ୍ନ ସାଢ଼େ ୩ଟାରେ ରଥଟଣା

Tfipost.com

ପୁରୁଣା ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ଶ୍ରୀଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ତଥା ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଆଜି ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ସାଢ଼େ ୩ଟାରେ ରଥଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି। ରଥଦାଣ୍ଡର ଗୋସାଗରେଶ୍ବର ଛକରୁ ମାଉସୀ ମା’ ଛକ ପର୍ଯ୍ୟନ୍ତ ରାସ୍ତାକୁ ତୁରନ୍ତ ମରାମତି କରିବା, ରାସ୍ତାରେ ପଡ଼ିଥିବା ବିଦ୍ୟୁତ ତାରକୁ ଯାତ୍ରାର ଯଥେଷ୍ଟ ପୂର୍ବରୁ ହଟାଇବା, ଗଛଗୁଡ଼ିକ ଡ୍ରେସିଂ କରାଯିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଛି। ରଥ ପ୍ରତିଷ୍ଠା ଦିନ ସଅଳ ନୀତି କରାଯିବା ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ସୁବିଧା କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସେହିପରି ରଥ ଉପରେ କେହି ନିଶା ସେବନ କରି ଚଢ଼ିବେ ନାହିଁ। ଏଥିପାଇଁ ପଦକ୍ଷେପ ନିଆଯିବ ବୋଲି ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି।

ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୫ଟାରେ ଠାକୁରଙ୍କ ଆଳତି, ଅବକାଶ ନୀତି ସମ୍ପନ୍ନ ହୋଇ ୫ଟା ୩୦ରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ଦର୍ଶନ ରହିବ। ଏହାପରେ ରୋଷହୋମ, ପାକକାର୍ଯ୍ୟ ସମ୍ପନ୍ନ ହୋଇ ଛାମୁ ପରିଷ୍କାର ହେବ। ସକାଳ ୭ଟାରୁ ୮ଟା ଭିତରେ ମହାସ୍ନାନ, ବେଶ, ଦ୍ୱାରପାଳ ଓ ସୂର୍ଯ୍ୟଦେବଙ୍କ ପୂଜା ବିଧିମତେ କରାଯିବ। ଶ୍ରୀଜିଉଙ୍କ ବଲ୍ଲଭ, ମା’ ଗୋପାଳୁଣୀ (ଭୁବନେଶ୍ୱରୀ) ଠାକୁରାଣୀଙ୍କ ବଲ୍ଲଭ ଆଦି ସମାପନ ପରେ ପୂର୍ବାହ୍ନ ୯ଟା ୧୫ ସୁଦ୍ଧା ସକାଳ ଧୂପ ନୀତି ସରିବ। ଭୋଗ ମଣ୍ଡପ ନୀତି ୯ଟା ୪୫ରେ ଆରମ୍ଭ ହୋଇ ଘଣ୍ଟାକ ଭିତରେ ସରିବ। ଏହାପରେ ଅନ୍ୟାନ୍ୟ ପୂଜାନୀତି ସମ୍ପନ୍ନ ହୋଇ ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ମଧ୍ୟରେ ମହାପ୍ରଭୁଙ୍କ ଯାତ୍ରା ପୂଜା ସମାପନ ହେବ। ସାଢ଼େ ୧୨ଟାରୁ ସାଢ଼େ୧ଟା ମଧ୍ୟରେ ମହାପ୍ରଭୁ ରଥକୁ ପହଣ୍ଡି ବିଜେ କରିବେ। ଅପରାହ୍ନ ସାଢ଼େ ୩ଟାରେ ରଥଟଣା ହୋଇ ସାଢ଼େ ୭ଟା ମଧ୍ୟରେ ଶ୍ରୀଜିଉ ରାମେଶ୍ବର ବିଜେ କରିବେ ବୋଲି ନିଷ୍ପତ୍ତି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe