ଜାଗର ପାଇଁ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି: ପୁଲିସ କମିସନର

Advertisment
ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ପ୍ରସଙ୍ଗ: ଅଧ୍ୟାଦେଶ ଯୁକ୍ତିଯୁକ୍ତ, ଅନୁମତି ଦିଆଯାଉ

Photo: Bibhuti, Bhubaneswar

ଭୁବନେଶ୍ବର: ପବିତ୍ର ମହାଶିବରାତ୍ରି ଉପଲକ୍ଷେ ସମଗ୍ର ରାଜ୍ୟରେ ଥିବା ଶିବାଳୟ ସମେତ ଏକାମ୍ରକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଆସନ୍ତାକାଲି ଜାଗର ଉପଲକ୍ଷେ ରାଜଧାନୀ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଆଜି ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି । ପ୍ରଶାସନ ପକ୍ଷରୁ ଯେଉଁ କରୋନା କଟକଣା ରହିଛି, ସେହି ନିୟମ ଅନୁପାଳନ କରାଯିବ । ଜିଲ୍ଲାପାଳ, ବିଏମସି କମିସନରଙ୍କ ସହ ଆଲୋଚନା ଅନୁଯାୟୀ ଭୋର ସକାଳ ୩ ଟାରୁ ୩ଟା୩୦ ପର୍ଯ୍ୟନ୍ତ ଅବକାଶ ନୀତି ଅନୁଷ୍ଠିତ ହେବ ।

ପୁଲିସ କମିସନର ଶ୍ରୀ ମିଶ୍ର କହିଛନ୍ତି ଯେ, ସକାଳ ୩.୩୦ ଠାରୁ ୫ ଟା ଯାଏଁ ସେବାୟତ ପରିବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବେ। ୫ଟାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିବ । ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଟ୍ରାଫିକ ଏକ ବଡ଼ ଚ୍ୟାଲେଞ୍ଜ ଥିବା ବେଳେ ଏ ନେଇ ବ୍ୟବସ୍ଥା କରାଯାଇଛି । ଡିସିପି ଟ୍ରାଫିକ ଏ ଦାୟିତ୍ବରେ ରହିବେ। କିଭଳି ଭାବେ ବ୍ୟବସ୍ଥିତ ଢଙ୍ଗରେ ଆଇନଶୃଙ୍ଖଳା ରକ୍ଷା କରାଯିବ, ସେ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe