‘ଶ୍ରୀମା ବିଦ୍ୟାପୀଠ’ର ବାର୍ଷିକ ଉତ୍ସବ

ଭୁବନେଶ୍ବର: ରସୁଲଗଡ଼ ନୂଆସାହିସ୍ଥିତ ‘ଶ୍ରୀମା ବିଦ୍ୟାପୀଠ’ର ୧୮ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଐତିହାସିକ ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ ଉଦ୍‌ଘାଟନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ସମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ଏସ୍‌.ଏ କଲିମ୍‌, ବିଶିଷ୍ଟ ଅତିଥି ଭାବେ ପ୍ରତ୍ନତତ୍ତ୍ବବିତ୍‌ ସୁନିଲ କୁମାର ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ କବିତା ମଞ୍ଜରୀ ପରିଡ଼ା ଓ ସାମ୍ବାଦିକ କ୍ଷୀରୋଦ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଆନନ୍ଦ ଚନ୍ଦ୍ର ପ୍ରଧାନ ସଭାପତିତ୍ବ କରିଥିବା ବେଳେ ବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ କୁମାର ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ସ୍ବର୍ଗତ ଶରତ ଚନ୍ଦ୍ର ଜେନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବା ସହ ବିଦ୍ୟାଳୟ ପକ୍ଷରୁ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

ସମ୍ବନ୍ଧିତ ଖବର