ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ

ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି ପକ୍ଷରୁ ‘ଭାରତୀୟ ଜନସଂଘ’ର ପ୍ରତିଷ୍ଠାତା ସଭାପତି ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୭୦ତମ ବଳିଦାନ ଦିବସ ପାଳନ ହୋଇଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବିଜେପି ନେତୃବୃନ୍ଦ ଆଜି ସକାଳେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ମନମୋହନ ସାମଲ, ସୁରମା ପାଢୀ, ଲେଖାଶ୍ରୀ ସାମନ୍ତସିଂହାର, କାଳନ୍ଦୀ ସାମଲ, ସୁଦୀପ୍ତ ରାୟ, ବିରଞ୍ଚି ତ୍ରିପାଠୀ, ଦିଲୀପ ମହାନ୍ତି, ସୁରଥ ବିଶ୍ୱାଳ, ଇରାଶିଷ ଆଚାର୍ଯ୍ୟ, ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂହ, ଜଗନ୍ନାଥ ପ୍ରଧାନଙ୍କ ସମେତ ରାଜ୍ୟ ତଥା ଜିଲ୍ଲାର ଦଳୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତାମାନେ ଉପସ୍ଥିତ ଥିଲେ।

ସେହିପରି ବୁଦ୍ଧିଜୀବୀ ପ୍ରକୋଷ୍ଠ ପକ୍ଷରୁ ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ବଳିଦାନ ଦିବସ କାର୍ଯ୍ୟକ୍ରମରେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ବୁଦ୍ଧିଜୀବୀ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ସଜ୍ଜନ ଶର୍ମା, ମନମୋହନ ସାମଲ, ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଭୁବନାନନ୍ଦ ତ୍ରିପାଠୀ ପ୍ରମୁଖ ଯୋଗଦେଇ ଶ୍ୟାମାପ୍ରସାଦ ମୁର୍ଖାଜୀଙ୍କ ଜୀବନୀ, ଦର୍ଶନ ଓ ସଂଘର୍ଷ ସମ୍ପର୍କରେ ଆଲୋଚନା କରିଥିଲେ।

ସମ୍ବନ୍ଧିତ ଖବର