ଭୁବନେଶ୍ବର: ଶିଶୁ ମହୋତ୍ସବ (କଳିଙ୍ଗ) ଭଞ୍ଜ କଳାମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମହୋତ୍ସବ କମିଟି ପକ୍ଷରୁ ଆୟୋଜିତ ଏହି ଉତ୍ସବ ଅବସରରେ ‘ସମୟ’ର ସମ୍ପାଦକ ତଥା ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଂଜନ ପାଣିଗ୍ରାହୀ, ନାଲ୍କୋ ମହିଳା ସମିତିର ଅଧ୍ୟକ୍ଷା ପ୍ରୀତି ରୟ, ମୁମ୍ବାଇ ଓଡ଼ିଆ ମହାସଂଘର ସଭାପତି ଡ. ବିପିନ ବିହାରୀ ମିଶ୍ର, ରମାଦେବୀ ମହିଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ବିଜୟା ମିଶ୍ର, ସାମ୍ବାଦିକ ସନତ ମିଶ୍ର ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପ୍ରାୟ ୧୦୦ରୁ ଊର୍ଧ୍ବ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଧିତ କରାଯାଇଥିଲା। ଶିଶୁ ମହୋତ୍ସବ କମିଟି ସମ୍ପାଦିକା ରେଣୁକା ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ମିତାଲି ହୋତା ପ୍ରତିଯୋଗିତା ପରିଚାଳନା କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
ଶିଶୁ ମହୋତ୍ସବରେ ମେଧାବୀଙ୍କୁ ସମ୍ବର୍ଧନା
/sambad/media/post_attachments/wp-content/uploads/2019/06/Untitled-10-16.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)