ଶିଶୁପାଳଗଡ଼ ମହୋତ୍ସବ ଉଦ୍‌ଯାପିତ : ଜୀବନବ୍ୟାପୀ ସାଧନା ପାଇଁ ବିଜୟ ମହାନ୍ତି ସମ୍ମାନିତ

ପୁରୁଣା ଭୁବନେଶ୍ବର : କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ ପକ୍ଷରୁ ଚାଲିଥିବା ଶିଶୁପାଳଗଡ଼ ମହୋତ୍ସବ ଆଜି ଉଦ୍‌ଯାପିତ ହୋଇଯାଇଛି। କାପୋକର ଅଧ୍ୟକ୍ଷ ସଂଗ୍ରାମ କେଶରୀ ପାଇକରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି, ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟବକ୍ତା, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବାର୍ମା, ବିଧାୟକ ସୁଶାନ୍ତ ରାଉତ, ଓଡ଼ିଆ ଧାରାବାହିକ ନିର୍ଦ୍ଦେଶକ ମହେଶ ହାଜରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ସମ୍ମାନିତ କରାଯାଇଥିଲା। ସେହିପରି ଅଭିନେତା ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଅଭିନେତ୍ରୀ ଅନୁ ଚୌଧୁରୀଙ୍କୁ ସ୍ୱତନ୍ତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ସମ୍ବର୍ଦ୍ଧନା ସଭାରେ ଗଣମାଧ୍ୟମ ଓ ଲୋକସଂପର୍କ ବିଭଗର ଉପଦେଷ୍ଟା ମାନସ ମଙ୍ଗରାଜ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ସୁଜିତ କୁମାର, ରାଜ୍ୟ ପର୍ଯ୍ୟଟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଏସ୍‌ସି,ଏସ୍‌ଟି, ସଂଖ୍ୟାଲଘୁ ଉପଦେଷ୍ଟା ମୁଜିବୁଲ୍ଲା ଖାନ୍‌, ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା, ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ କୁମାର ନାୟକ, ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସଂଧ୍ୟାବତୀ ପ୍ରଧାନ, ରାଜ୍ୟ ଉଠା ଜଳସେଚନ ଅଧ୍ୟକ୍ଷ ଅମରେଶ ପତ୍ରୀ, ଭିନ୍ନକ୍ଷମ କମିସନର ଅଧ୍ୟକ୍ଷା ସୁଲୋଚନା ଦାସ, ରାଜ୍ୟ ମହିଳା ଓ ଶିଶୁ ବିକାଶ ଉପଦେଷ୍ଟା ସୁଲତା ଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର