ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମଧୁବାବୁଙ୍କ ଅବଦାନ ଅବିସ୍ମରଣୀୟ

Advertisment
ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମଧୁବାବୁଙ୍କ ଅବଦାନ ଅବିସ୍ମରଣୀୟ

ଭୁବନେଶ୍ବର: ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ବ୍ୟକ୍ତିତ୍ୱର ପଟାନ୍ତର ନାହିଁ। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ମଧୁବାବୁ ଓଡ଼ିଶାର ରାଜନୈତିକ, ସାଂସ୍କୃତିକ ଓ ସାମାଜିକ ପରିଚୟ ପ୍ରତିଷ୍ଠାରେ ଅତୁଳନୀୟ ଅବଦାନ ରଖିଥିଲେ। ଓଡ଼ିଆ ଜାତି ଚିରଦିନ ତାଙ୍କ ପାଖରେ କୃତଜ୍ଞ ରହିବ ବୋଲି ସୂଚନା ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଆୟୋଜିତ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଅତିଥିମାନେ ମତପ୍ରକାଶ କରିଛନ୍ତି।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଆ ସ୍ୱାଭିମାନର ପ୍ରତିଷ୍ଠା ପାଇଁ ମଧୁବାବୁଙ୍କ ଅବଦାନ ଅବିସ୍ମରଣୀୟ ବୋଲି କହିଥିଲେ। ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ମଧୁବାବୁ ଓଡ଼ିଆ ସ୍ୱାଭିମାନ ଓ ଆତ୍ମ ପରିଚିତିର କୀର୍ତ୍ତିମାନ ପୁରୁଷ ବୋଲି ମତପ୍ରକାଶ କରିଥିଲେ। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଓଡ଼ିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଲେନିନ୍‌ ମହାନ୍ତି, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ଯୋଗଦେଇ ମଧୁବାବୁଙ୍କ ଜୀବନୀ ଓ ବ୍ୟକ୍ତିତ୍ୱର ଉପରେ ଆଲୋକପାତ କରିଥିଲେ। ବିଶିଷ୍ଟ କଥାକାର ତଥା ଓଡ଼ିଆ ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ର ଅଧିକାରୀ ବିଜୟ ନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିଲେ। ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା ଧନ୍ୟବାଦ ଦେଇଥିଲେ। କଣ୍ଠଶିଳ୍ପୀ ଅନିନ୍ଦିତା ଦାସ ଏବଂ ସହଯୋଗୀମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe