ବିପ୍ଳବୀ ଗୁରୁଚରଣ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

Advertisment
ବିପ୍ଳବୀ ଗୁରୁଚରଣ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ୱର: ଓଡ଼ିଶା କମ୍ୟୁନିଷ୍ଟ ପାର୍ଟିର ଅନ୍ୟତମ ପ୍ରତିଷ୍ଠାତା ତଥା କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ବିଜେତା ବିପ୍ଳବୀ ଗୁରୁଚରଣ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଆଜି ସନ୍ଧ୍ୟାରେ ସିପିଆଇର ରାଜ୍ୟ ଦପ୍ତର ଭଗବତୀ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସିପିଆଇ ନେତା ଦିବାକର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ସିପିଆଇର ରାଜ୍ୟ ସମ୍ପାଦକ ଆଶିଷ କାନୁନ୍‌ଗୋ, ଜାତୀୟ ପରିଷଦ ସଭ୍ୟ ଅଭୟ ସାହୁ, ସହସମ୍ପାଦକ ପ୍ରଶାନ୍ତ ମିଶ୍ର, କ୍ଷୀରୋଦ ସିଂହଦେଓ ଓ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଗୁରୁଚରଣ ପଟ୍ଟନାୟକଙ୍କ ତ୍ୟାଗ ଓ ସଂଗ୍ରାମମୟ ଜୀବନ ସମ୍ପର୍କରେ ଆଲୋକପାତ କରିଥିଲେ।

ଏହି ସମାରୋହରେ ସିପିଆଇ ଜୋନ୍‌ ସମ୍ପାଦକ ସୁର ଜେନା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଜୟନ୍ତ ଦାସ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଶ୍ବ ଶିକ୍ଷକ ସଂଘର ସଭାପତି ଅମିୟ ମହାନ୍ତି ଓ ରମେଶ ଚନ୍ଦ୍ର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe