ରାଜ୍ୟ ଜଳଯୋଗାଣ ଓ ପରିମଳ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ଗଣଧାରଣା

ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ରାଜ୍ୟ ଜଳଯୋଗାଣ ଓ ପରିମଳ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ଧାରଣା ଦିଆଯାଇଛି। ବିଭାଗରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନଙ୍କ ସ୍ଥାୟୀ ନିଯୁକ୍ତି ଓ ଓ୍ଵାର୍କଚାର୍ଜ କର୍ମଚାରୀଙ୍କୁ ସ୍ଥାୟୀ କରିବା ସହ ନିର୍ଧାରିତ ପେନ୍‌ସନ୍‌ ଦେବା ନେଇ ସମିତି ପକ୍ଷରୁ ଦାବି କରାଯାଇଛି। ଦାବି ପୂରଣ ନେଇ ସରକାରଙ୍କ ପକ୍ଷରୁ ବାରମ୍ବାର ମୌଖିକ ଓ ଲିଖିତ ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ ଏହାକୁ କାର୍ଯ୍ୟକାରୀ କରାଯାଇ ନଥିବା ସମିତି ପକ୍ଷରୁ ଅଭିଯୋଗ କରାଯାଇଛି। ଦାବି ପୂରଣ ନହେବା ଯାଏ ଅନର୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଓ ଅନଶନ ଜାରି ରହିବ ବୋଲି ସମିତି ପକ୍ଷରୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ସମନ୍ଵୟ ସମିତି ପକ୍ଷରୁ କୁହାଯାଇଛି। ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରି ସମସ୍ୟା ସମାଧାନ କରନ୍ତୁ ବୋଲି ସମିତି ତରଫରୁ ଅନୁରୋଧ କରାଯାଇଛି।

ସମ୍ବନ୍ଧିତ ଖବର