ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଛାତ୍ର କଂଗ୍ରେସର ବିକ୍ଷୋଭ: ପୁଲିସକୁ ଅଣ୍ଡା, ଟମାଟୋ ମାଡ଼

Advertisment

ନବୀନ ନିବାସ ଘେରାଉ ଉଦ୍ୟମ; ପୁଲିସ ସହ ଧସ୍ତାଧସ୍ତି

ନବୀନ ନିବାସ ଘେରାଉ ଉଦ୍ୟମ; ପୁଲିସ ସହ ଧସ୍ତାଧସ୍ତି

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଛାତ୍ର କଂଗ୍ରେସର ବିକ୍ଷୋଭ: ପୁଲିସକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର: ମମିତା ମେହେର ହତ୍ୟାକାଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ଗିରଫ ଦାବି କରି ଆଜି ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ୍‌ଙ୍କ ନେତୃତ୍ବ‌‌ରେ ଶତାଧିକ କର୍ମୀ ନବୀନ ନିବାସ ଘେରାଉ କରିବା ପାଇଁ ଉଦ୍ୟମ କରିଥିଲେ। ତେବେ ବାଟରେ ପୁଲିସ ସହ ସେମାନଙ୍କର ଧସ୍ତାଧସ୍ତି ହୋଇଥିଲା। ଉତ୍ତ୍ୟକ୍ତ କର୍ମୀମାନେ ପୁଲିସ ଉପରକୁ ଟମାଟୋ ଓ ଅଣ୍ଡା ମାଡ଼ କରିବା ସହ ପୁଲିସ ଭ୍ୟାନ୍‌ ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇବାରୁ ପୁଲିସ ବହୁ କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଥିଲା। ଏହି ଅବସରରେ ସଭାପତି ନୱାଜ ଅଭିଯୋଗ କରିଥିଲେ ଯେ ମମିତାଙ୍କ ହତ୍ୟାକାରୀ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ପ୍ରମାଣକୁ କୌଶଳକ୍ରମେ ନଷ୍ଟ କରିବାକୁ ଚକ୍ରାନ୍ତ ଚଳାଇଛନ୍ତି। ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶଙ୍କ କହିବାନୁଯାୟୀ ପୁଲିସ ଭ୍ୟାନ୍‌ ଭଙ୍ଗାରୁଜା କରିଥିବା କଂଗ୍ରେସ କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିକ୍ଷୋଭରେ ରାଷ୍ଟ୍ରୀୟ ପ୍ରଭାରୀ ଅନୁଲେଖା ବୋଷା, ପୂର୍ବତନ ବିଧାୟକ ଡ. ଦେବାଶିଷ ପଟ୍ଟାନାୟକ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ରଜତ ଚୌଧୁରୀ, ପ୍ରକାଶ ମିଶ୍ର, ମନୋଜ ବିଶ୍ବାଳ, ମନୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe