ଭୁବନେଶ୍ବର: ଶିଶୁଭବନ ଛକରେ ସକାଳୁ ସକାଳୁ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ୪୦ ଫୁଟ ଉଚ୍ଚ ହୋର୍ଡିଂ ଟାଓ୍ବାର ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ବେକରେ ଜିଆଇ ତାର ଗୁଡାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ଅଧଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଯୁବକ। ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହି ଯୁବକଙ୍କ ନାମ ଟୁଲୁ ପାତ୍ର ଓ ତାଙ୍କ ଘର ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ।
ଉଦ୍ଧାର କରି ତଳକୁ ଅଣାଯିବା ପରେ ସେ ଡ୍ରାଇଭର ମହାସଂଘ ନାଁରେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। ଡ୍ରାଇଭର ମହାସଂଘ ତାଙ୍କୁ ମାନସିକ ନିର୍ଯାତନା ଦେବା ସହ ତାଙ୍କ ପରିବାର ଲୋକଙ୍କୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଯୁବକ। ଡ୍ରାଇଭର ମହାସଂଘ ଆନ୍ଦୋଳନ ବେଳେ ପୁଲିସକୁ କାହିଁକି ଆକ୍ରମଣ କରାଗଲା ଏବଂ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନଙ୍କୁ ମାନସିକ ନିର୍ଯାତନା କାହିଁକି ଦିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଡ୍ରାଇଭର ମହାସଂଘ ଧମକ ପରେ ସେ ମାନସିକ ଚାପରେ ଆସି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି କହିଛନ୍ତି ଟୁଲୁ ପାତ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/03/suicide-attempt-1.png)